Advertisment

Cyclone Dana: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଦାନା’

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଏବେ ତାହା ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି ।

ଅଦ୍ୟତନ ହୋଇଛି
Cyclone

Cyclone

Advertisment

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଏବେ ତାହା ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି । ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।

Advertisment

ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି।ତାସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି। ପ୍ରଭାବରେ ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଚାଲିଛି। IMD ଡିଜି କହିଛନ୍ତି- ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକରେ ରହିବ ସାଇକ୍ଲୋନର ଅଧିକ ପ୍ରଭାବ।

ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ପବନ ବହିବ। ସେମିତି ପାଶ୍ବବର୍ତ୍ତୀ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳରେ ବି ପ୍ରବଳ ବର୍ଷିବ। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପଟେ ବାତ୍ୟା ପାଇଁ ପୁରୀ, ପାରାଦୀପ, ଗୋପାଳପୁର ଓ ଧାମରା ବନ୍ଦରରେ ବିପଦ ସଙ୍କେତ ନମ୍ବର କ୍ରମାଗତ ବଢ଼ାଯାଉଛି।

Advertisment

ବିପଦଶଙ୍କୁଳ ଅଂଚଳରୁ ବର୍ତ୍ତମାନ ୩୦ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ସାରିଛି।ଆଜି ଦିନ ୧୧ଟା ସୁଦ୍ଧା ସ୍ଥାନାନ୍ତର କାମ ସରିବ। ଗତକାଲି ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବା ପରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ପରିଚାଳନାକୁ ଅତ୍ୟନ୍ତ ଗୁରତ୍ବର ସହ ନେଇଛନ୍ତି ସରକାର। SRCଙ୍କ କାର୍ଯ୍ୟାଳୟରେ ଦିନ ରାତି ମନିଟରିଂ ଚାଲିଛି, ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କ ପାଇଁ ବ୍ୟବସ୍ଥା ହୋଇଛି। ମନ୍ତ୍ରୀମାନଙ୍କୁ ଜିଲ୍ଲା ଦାୟିତ୍ବ ବଣ୍ଟାଯାଇଛି। ଜିରୋ କାଜୁଆଲିଟି ଆମ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସେପଟେ SRC କାର୍ଯ୍ୟାଳୟରେ ଥିବା ଏମର୍ଜେନ୍ସି କଣ୍ଟ୍ରୋଲ ରୁମକୁ ଯାଇ ସାଟେଲାଇଟ୍ ଚିତ୍ରରୁ ବାତ୍ୟାର ସ୍ଥିତି ସଂପର୍କରେ ଅନୁଧ୍ୟାନ କରିବା ସହ ସାଟେଲାଇଟ ଫୋନର କାର୍ଯ୍ୟକାରିତା ପରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ଏବଂ ପୋଲିସ ଡିଜି ପ୍ରମୁଖ ସେଠାରେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି ।

Advertisment
Weather Cyclone Dana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ