Advertisment

ଆଜିଠୁ ୩ ଦିନ ବର୍ଷିବ ! ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Rajalaxmi Sahoo
Very To Very Heavy Rainfall In 17 Districts Of Odisha

Very To Very Heavy Rainfall In 17 Districts Of Odisha

ଦକ୍ଷିଣ ମିଆଁମାର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଧୀରେ ଧୀରେ ଏହା ସକ୍ରିୟ ହେବାରେ ଲାଗିଛି। ଏହାର ପ୍ରଭାବରେ ୧୯ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Advertisment

ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୯ ତାରିଖରେ ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଜିଲ୍ଲା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ।

Advertisment

Rain In Odisha Heavy Rainfall Alert Weather In Odisha
Advertisment
Advertisment