Advertisment

ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Odisha Rainfall Alert

Very To Very Heavy Rainfall In 5 Districts Of Odisha

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁରକଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Advertisment

ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପୁରୀ, ଗଞ୍ଜାମ, ଗଜପତିରାୟଗଡ଼ା, କନ୍ଧମାଳ, ବୌଦ୍ଧଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

ଅନ୍ୟପକ୍ଷେ, ଆଜି ଅବପାତରେ ପରିଣତ ହୋଇପାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ। ଅବପାତରେ ପରିଣତ ହୋଇ ଏହା ଧିରେ ଧିରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ।

Advertisment
Weather Update Rainfall Alert Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ