ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ସେମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ 24ଘଣ୍ଟା ମଧ୍ୟରେ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା
— Meteorological Centre, Bhubaneswar (@mcbbsr) August 24, 2022
ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ରହିବ ପ୍ରଭାବ
ପଶ୍ଚିମ ଓଡ଼ିଶାର 4 ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ଚେତାବନୀ pic.twitter.com/N9cRxl8YL9
ପାରାଦୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି।
ପାରାଦ୍ୱୀପ ରାଡାର ରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି pic.twitter.com/PeqhEdTGXp
— Meteorological Centre, Bhubaneswar (@mcbbsr) August 24, 2022
କିଛି ଉପକୁଳବର୍ତ୍ତୀ ଜିଲ୍ଲାଗୁଡିକରେ ଘୁର୍ଣ୍ଣିବଳୟ ର ପ୍ରଭାବ ରେ ଲାଗିରହିଛି ବର୍ଷା l
— Meteorological Centre, Bhubaneswar (@mcbbsr) August 24, 2022
ପାରାଦ୍ୱୀପ ରାଡାର ରୁ ମିଳିଥିବା ମେଘଖଣ୍ଡ ଗୁଡିକର ଚଳନ୍ତି ଚିତ୍ର pic.twitter.com/uT2kY5ITye