Advertisment

୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Very To Very Heavy Rainfall Likely In 4 Districts Of Odisha

Very To Very Heavy Rainfall Likely In 4 Districts Of Odisha

Advertisment

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ସେମି ଯାଏ ବର୍ଷା ହେବାର ସମ୍ଭାବନା ରହିଛି।  ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ପାରାଦୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି।

Advertisment


— Meteorological Centre, Bhubaneswar (@mcbbsr) August 24, 2022

Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ