Advertisment

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା  ଲାଗି ରହିବ। ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Heavy Rainfall Likely In Odisha

Heavy Rainfall Likely In Odisha

Advertisment

ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା  ଲାଗି ରହିବ। ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅରେଞ୍ଜ ଓ୍ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଏବଂ ୟେଲୋ ଓ୍ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପାଇଁ ୧୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Advertisment
Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ