Advertisment

ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ୧୦,୧୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଅଦ୍ୟତନ ହୋଇଛି
Very To Very Heavy Rainfall Likely In Various Districts Odisha

Very To Very Heavy Rainfall Likely In Various Districts Odisha

Advertisment

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।  ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୧ ତାରିଖରେ ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ଜାରି ହୋଇଛି। 

Advertisment

Rain In Odisha Heavy Rainfall Alert Heavy Rainfall Warning Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ