• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ରାଜ୍ୟରେ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗର ଚେତାବନୀ । ରାଜ୍ୟରେ ଘନ କୁହୁଡ଼ି ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି ।

ଏପରିକି ୫୦ ମିଟରରୁ ୨ ଶହ ମିଟର ମଧ୍ୟରେ ରହିପାରେ ଭିଜିବିଲିଟି । ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ମାତ୍ର ଶୀତ ବଢ଼ିବାର ସମ୍ଭାବନା କମ । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ।

କିନ୍ତୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳର କେତେକ ଅଞ୍ଚଳରେ ଘନ କୁହୁଡ଼ି ଦେଖା ଯାଇପାରେ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ କୁହୁଡ଼ି କଲବଲ କରିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା । ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ଘନ କୁହୁଡ଼ି ଘେରି ରହିପାରେ ।