• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଅସରାଏ ବର୍ଷାରେ ବେହାଲ ହେଲା ରାଜଧାନୀ । ଘଣ୍ଟାଏରୁ ଅଧିକ ସମୟ ଧରି ହୋଇଥିବା ବର୍ଷାରେ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ରାଜରାସ୍ତାରେ ପାଣି ଜମିଥିବା ବେଳେ, ଯାତାୟତ ବାଧାପ୍ରାପ୍ତ ହୋଇଛି । ସେପଟେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ପ୍ରଭାବ ଆସନ୍ତା ୩ରୁ ୪ ଦିନ ଯାଏ ରହିବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।

 

ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । 

ଲଘୁଚାପ କ୍ଷେତ୍ର ପ୍ରଭାବରେ ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।