Advertisment

Weather Alert: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର; ୪ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା !

ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
Weather Alert: Odisha Braces for Heavy Rainfall

Weather Alert: Odisha Braces for Heavy Rainfall

ପାଣିପାଗକୁ ନେଇ ଆସିଲା ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ୪ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।  ଅତିପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ମଧ୍ୟ କରାଯାଇଛି । 

Advertisment

ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଏପଟେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ରହିଛି। ପ୍ରବଳ ବର୍ଷା ଆଶଙ୍କାକୁ ଦେଖି ଆଜି ମୟୂରଭଞ୍ଜରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜି ପାଇଁ ଛୁଟି ଘୋଷଣା କରିଛନ୍ତି ମୟୂରଭଞ୍ଜ ଜିଲ୍ଲାପାଳ। ଏହାବ୍ୟତୀତ ଜିଲ୍ଲାରେ ୩ ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର। ପ୍ରବଳ ବର୍ଷା ଆଶଙ୍କାକୁ ଦେଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Advertisment

ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୫ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି। ୩ ପ୍ରମୁଖ ନଦୀ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ଫୁଲୁଥିବା ବେଳେ ରାଜଘାଟରେ ସତର୍କ ସଂକେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ।

ସୁବର୍ଣ୍ଣରେଖା ସତର୍କ ସଙ୍କେତ ୯.୪୫ମିଟର ଥିବା ବେଳେ ଏବେ ୯.୫୦ ମିଟରରେ ପ୍ରବାହିତ ହେଉଛି ବନ୍ୟା ଜଳ। ବାଲେଶ୍ବର ଜିଲ୍ଲା ବସ୍ତା ସମେତ ବିଭିନ୍ନ ନଦୀ ତଳିଆ ଅଞ୍ଚଳରେ ବଢ଼ିବାରେ ଲାଗିଛି ପାଣି। ବନ୍ୟା ଆଶଙ୍କାକୁ ଦେଖି ସତର୍କ ରହିବା ପାଇଁ ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି ଜଳ ସମ୍ପଦ ବିଭାଗ। ସୁରକ୍ଷିତ ସ୍ଥାନାନ୍ତର ସହ ରିଲିଫ୍ କାର୍ଯ୍ୟ ମନିଟର କରିବାକୁ ଜଳସଂପଦ ବିଭାଗ ନିର୍ଦ୍ଦେଶ ଦେଇଛି।

ଅଧିକ ପଢନ୍ତୁ: ଲଗାଣ ବର୍ଷାରେ ସ୍ଥିତି ବେହାଲ, ଦୁଇ ଜିଲ୍ଲାରେ ହୋଇପାରେ ବଡ଼ ବନ୍ୟା

Weather Alert Weather Alert Odisha Odisha Weather Alert Latest Weather Alert
Advertisment
Advertisment