Advertisment

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା !

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

author-image
Sujit kumar Swain
ଅଦ୍ୟତନ ହୋଇଛି
undefined

Weather Update

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପରେ ଏହା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। 

Advertisment

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏବେ ବାତ୍ୟା ଆକଳନ କରି ହେବନି। ବାତ୍ୟା ଚର୍ଚ୍ଚାକୁ ନେଇ କିଛି ଏଭଳି ସୂଚନା ଦେଇଛନ୍ତି IMD ଡିଜି। ଓଟିଭିକୁ EXCLUSIVE ସୂଚନା ଦେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି କି, ଏବେ ବାତ୍ୟା ଆକଳନ କରି ହେବନି। ଲଘୁଚାପ କ୍ଷେତ୍ର ହେବା ପରେ ଏହାର ଗତି ଓ ସ୍ଥିତି ନେଇ କିଛିଟା ଚିତ୍ର ସ୍ପଷ୍ଟ ହେବ। ୨୨ରୁ ବଙ୍ଗୋପସାଗର ଅଶାନ୍ତ ରହିବ। ତେଣୁ ୨୧ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ୨୩ରୁ ୨୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ ଭାବେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହୋଇପାରେ। ଯେହେତୁ  ଅକ୍ଟୋବର ମାସ ବାତ୍ୟାକୁ ସୁହାଇଥାଏ ତେଣୁ କିଛି ମଡେଲ୍ ଏହାକୁ ନେଇ ପୂର୍ବାନୁମାନ ଦେଇଛନ୍ତି। ତଥାପି ଏବେ ବାତ୍ୟା ସ୍ଥିତି ଆକଳନ କରିହେବନି ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଦୋହରାଇଛନ୍ତି।

Weather Rain Weather Alert Cyclone Threat
Advertisment
Advertisment