Advertisment

Odisha Weather Update: ପାରଦ ହେବ ଉପରମୁହାଁ; ବଢ଼ିବ ତାତି

ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Weather

Weather

Advertisment

ରାଜ୍ୟରେ ବଢିବ ତାତି। ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ଆଗକୁ ତାତି ବଢ଼ିବ। ଟାଇଁ ଟାଇଁ ଖରା ହେବ। ଘରୁ ବାହାରିବା କଷ୍ଟକର ହୋଇପଡ଼ିବ। ରାଜ୍ୟରେ ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ମାଘରେ ଭୀଷଣ ଗରମ; ଜାଡ଼ ଉଭାନ୍, କଲବଲ କରୁଛି ତାତି 

ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

Advertisment

ସୂଚନାଯୋଗ୍ୟ, ସାଧାରଣତଃ ଫେବ୍ରୁଆରୀ ମାସ ବେଳକୁ ଶୀତ ପ୍ରକୋପ ରହିଥାଏ । ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ ଲାଗିଛି। ଶୀତ ଉଭାନ ହୋଇଯାଇଥିବା ବେଳେ ଫେବ୍ରୁଆରୀ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଛି । ଏବେଠୁ ଖରାର ପ୍ରକୋପ ଦେଖି ଆଗକୁ ତାତି ଆଗକୁ ବଢ଼ିବ ବୋଲି ଲୋକଙ୍କ ମନରେ ଛନକା ପଶିଲାଣି।

ଅଧିକ ପଢ଼ନ୍ତୁ: ୩୬ ଡିଗ୍ରୀ ଛୁଇଁଲା ପାରଦ, ଖରା ମାଡ଼ରେ ଗାଏବ ହେଲାଣି ମାଘର ଜାଡ଼

Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ