Advertisment

Heatwave: ହୋଲିରେ ଅଗ୍ନିବର୍ଷା; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁରରେ ଗରମ ଓ ଗୁଳୁଗୁଳି ଏବଂ ମାଲକାନଗିରିରେ ରାତି ତାପମାତ୍ରା ଅଧିକ ରହିପାରେ। ଆସନ୍ତା ୧୮ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ହୋଲିରେ ଆକାଶରୁ ହେବ ଅଗ୍ନିବର୍ଷା । ଆସନ୍ତାକାଲି ଯାଏ ତାତିରୁ ତ୍ରାହି ନାହିଁ । ୧୬ ତାରିଖ ଯାଏଁ ରାଜ୍ୟରେ ସିଭିୟର ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ତାପମାତ୍ରା ୪୧ ଡିଗ୍ରୀ ଟପିପାରେ। ଆଜି ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ ଜିଲ୍ଲାରେ ସିଭିୟର ହିଟ୍ ୱେଭ୍ ବା ପ୍ରବଳ ଗ୍ରୀଷ୍ମପ୍ରବାହ ଆଶଙ୍କା ଥିବା ବେଳେ, ସୁନ୍ଦରଗଡ଼, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ପୂର୍ବାନୁମାନ କରାଯାଇଛି।

ଅଧିକ ପଢ଼ନ୍ତୁ: ସମ୍ଭାଳ ତାତି; ସାଢ଼େ ୧୧ଟା ସୁଦ୍ଧା ୩୭ ଡିଗ୍ରୀ ଟପିଲା ପାରଦ

ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁରରେ ଗରମ  ସହ ଗୁଳୁଗୁଳି ଏବଂ ମାଲକାନଗିରିରେ ରାତି ତାପମାତ୍ରା ଅଧିକ ରହିପାରେ। ଆସନ୍ତା ୧୮ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଗତକାଲି ରାଜ୍ୟର ୩ଟି ସହରରେ ୪୦ ଡିଗ୍ରୀ ଟପିଥିଲା ପାରଦ। ୪୧.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ହୋଇଥିବା ବେଳେ, ସମ୍ବଲପୁର ୪୦.୩, ହୀରାକୁଦ ୪୦.୧ ଏବଂ ଭୁବନେଶ୍ବର ତାପମାତ୍ରା ୩୭.୨ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା ।

ଅଧିକ ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ନିଆଁ ବର୍ଷା! ରାଜଧାନୀର ତାତି ୩୫ ଡିଗ୍ରୀ ପାର୍‌ କଲା

Advertisment
Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ