Advertisment

Weather Update: ଘନ କହୁଡ଼ି: ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।

ଅଦ୍ୟତନ ହୋଇଛି
weather

weather

Advertisment

ଘନ କୁହୁଡିରୁ ମିଳିବନି ନିସ୍ତାର। ଆସନ୍ତାକାଲି ଯାଏ କଲବଲ କରିବ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଘନ କୁହୁଡି ପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କେରାପୁଟ କନ୍ଧମାଳ ଏବଂ କଳାହାଣ୍ଡି।

୨୮ ତାରିଖରେ ମଧ୍ୟ ରାଜ୍ୟରେ ଘନ କୁହୁଡି ହେବ। ଏନେଇ କିଛି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ।

Advertisment

ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡ଼ି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି।

 ଅନ୍ୟପକ୍ଷରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ଖୋଲିଲା ନୂଆ ରାଜ୍ୟ ବିଜେପି ସଭାପତି ନିର୍ବାଚନ ବାଟ, ଆସନ୍ତା ସପ୍ତାହରେ ମିଳିପାରେ ନୂଆ ମୁଖିଆ।

Weather Odisha Weather Smog
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ