Advertisment

Weather Update: କଲବଲ କରିବ ଘନ କୁହୁଡ଼ି, ୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ରାଜ୍ୟକୁ ଆଉ ୩ ଦିନ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପାଇଁ ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼କୁ ଘନ କୁହୁଡି ନେଇ ୱାର୍ଣ୍ଣିଂ ଜାରି ହୋଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ରାଜ୍ୟରେ ଶୀତ କମିଥିଲେ ବି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଫଳରେ ଲୋକମାନେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାଜ୍ୟକୁ ଆଉ ୩ ଦିନ ଘନ କୁହୁଡ଼ି ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ରାଜ୍ୟକୁ ଆଉ ୩ ଦିନ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପାଇଁ ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼କୁ ଘନ କୁହୁଡି ନେଇ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ଘନ କୁହୁଡି ପାଇଁ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ନାୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଗଜପତି, କଳାହାଣ୍ଡି ଓ କନ୍ଧମାଳ।

Advertisment

ସେହିପରି ଆସନ୍ତା ୯ ତାରିଖ ପାଇଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ଜିଲ୍ଲା ଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ନାୟାଗଡ଼, ଖୋର୍ଦ୍ଧା, ପୁରୀ ଓ କଟକ।

ଅନ୍ୟପକ୍ଷରେ ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ ହେଲାଣି। ସପ୍ତାହେରୁ ଅଧିକ ସମୟ ହେଲା ତାତି ବଢିଥିବା ବେଳେ, ୩୬ ଡିଗ୍ରୀ ଛୁଇଁଲାଣି ପାରଦ। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Advertisment

ଅଧିକ ପଢ଼ନ୍ତୁ: ଜାଡ଼ ଗାଏବ; ୧୦ଟି ସହରରେ ୩୫ ଡିଗ୍ରୀ ଡେଇଁଲା ପାରଦ।

Weather Odisha Weather
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ