/odishatv-khabar/media/post_attachments/uploadimage/library/16_9/16_9_0/Weather__1741574346.jpg)
Weather
ଆଗକୁ ବଢିବ ତାତି, କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ। ରାଜ୍ୟରେ ଆଗାମୀ ୫ ଦିନ ଲାଗି ପାରଦ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏଥିପାଇଁ SRCଙ୍କ ଅଫିସ୍ ପକ୍ଷରୁ ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଯାଇଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪ରୁ ୫ ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ଅନୁମାନ କରାଯାଉଛି। ଏଥିପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ପାଇଁ ସତର୍କତା ଜାରି କରାଯାଇଛି।
ଅଧିକ ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ତାତି; ୩୮ ଡିଗ୍ରୀ ଡେଇଁଲା ଝାରସୁଗୁଡା ତାପମାତ୍ରା
ଏହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର। ଏହି ସମୟ ମଧ୍ୟରେ ଏହିସବୁ ଜିଲ୍ଲାର ବାସିନ୍ଦାମାନେ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।
ସୂଚନା ଅନୁସାରେ ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଉପର ମୁହାଁ ହୋଇଛି ପାରଦ । ମାର୍ଚ୍ଚ ମାସ ଯେତିକି ବଢ଼ୁଛି, ରାଜ୍ୟରେ ଖରାର ପ୍ରକୋପ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାତି ଛୁଇଁଛି ୩୯ ଡିଗ୍ରୀ । ଝାରସୁଗୁଡାରେ ମାର୍ଚ୍ଚ ୪ ତାରିଖରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ଅନ୍ୟ ସହରରେ ବି ତାପମାତ୍ରା ଉପରମୁହାଁ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)