Advertisment

Heat Wave: ଜଳିବ ପଶ୍ଚିମ ଓଡ଼ିଶା; ୪ଦିନ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ

ହୋଲିରେ ବି ଅନୁଭବ ହେବ ଟାଇଁ ଟାଇଁ ଖରା। ୧୩ରୁ ୧୬ ତାରିଖ ୪ ଦିନ ପାଇଁ ୟେଲୋ ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ବଲାଙ୍ଗିର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡା ସହ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ସତର୍କତା ଜାରି କରିଛି ବିଭାଗ।

ଅଦ୍ୟତନ ହୋଇଛି
Weather

Weather

Advertisment

ମାର୍ଚ୍ଚ ଅଧା ନ ହେଉଣୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଗତକାଲି ପାରଦ ୪୦ ପାର ହୋଇଥିବା ବେଳେ, ଆଜିଠୁ ୪ଦିନ ପାଇଁ ଜାରି ହୋଇଛି ହିଟ୍ ୱେଭ୍ ସତର୍କତା। ଉପକୂଳରୁ ଉପାନ୍ତ ସବୁଠି ତାତି ତାଉ ଥିବା ବେଳେ ଆଜିଠୁ ଜଳିବ ପଶ୍ଚିମ ଓଡ଼ିଶା।

Advertisment

ହୋଲିରେ ବି ଅନୁଭବ ହେବ ଟାଇଁ ଟାଇଁ ଖରା। ୧୩ରୁ ୧୬ ତାରିଖ ୪ ଦିନ ପାଇଁ ୟେଲୋ ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ବଲାଙ୍ଗିର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡା ସହ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ସତର୍କତା ଜାରି କରିଛି ବିଭାଗ।

ଅଧିକ ପଢ଼ନ୍ତୁ: ପାରଦ ଉପରମୁହାଁ; ଏଥର ରେକର୍ଡ ଭାଙ୍ଗିବ ତାତି

ସେହିପରି ୧୪ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିର ଓ ଅନୁଗୋଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ ତାରିଖରେ ପ୍ରବଳ ଖରା ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ସୋନପୁର, ଅନୁଗୋଳ ,ବରଗଡ଼ ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ୧୬ ତାରିଖରେ ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଗତକାଲି ବୌଦ୍ଧ ଜିଲ୍ଲାରେ ତାପମାତ୍ରା ୪୦.୫ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିପରି ଅନ୍ୟ ୧୨ଟି ସହରରେ ୩୮ ଡିଗ୍ରୀ ଉପରେ ରହିଥିଲା ତାପମାତ୍ରା ।ଅଧି

ଅଧିକ ପଢ଼ନ୍ତୁ: ରାଜ୍ୟରେ ବଢୁଛି ଖରାର ପ୍ରକୋପ, ପ୍ରଥମ ଥର ପାଇଁ ତାତି ଛୁଇଁଲା ୩୯ ଡିଗ୍ରୀ

Advertisment
Weather Odisha Weather Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ