• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ମେଘୁଆ ପାଗ ସହ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ଯୋଗୁଁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅଧିକ ପଢ଼ନ୍ତୁ: ଆଜିଠୁ ବର୍ଷାରେ ଭିଜିବ ଓଡ଼ିଶା; ଫସଲ ଅମଳ ନେଇ ଚିନ୍ତାରେ ଚାଷୀ

ଲଘୁଚାପ ପ୍ରଭାବରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର,ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ଡିସେମ୍ବର ୨୧ରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱରରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତା ୨୪ ଘଣ୍ଟାରେ କୁହୁଡିର ସତର୍କ ସୂଚନା ଥିବାବେଳେ ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଅର୍ଥାତ ଶୀତର ପ୍ରକୋପ ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆସନ୍ତା ୨୨ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ଗତ ୨୪ ଘଣ୍ଟାରେ ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ପାହାଡିଆ ଅଂଚଳ ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରରେ ୨୦.୪ ଓ କଟକରେ ୧୮.୫ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି ।

ଅଧିକ ପଢ଼ନ୍ତୁ: ଶୀତରେ ଥରୁଛି ସାରା ଓଡ଼ିଶା, ଆସୁଛି ବର୍ଷା, ଚିନ୍ତାରେ ଚାଷୀ...

OTV is now on Whatsapp

Join and get latest news update delivered to you via whatsapp

Join Now