Advertisment

୪ ଦିନ କାଳବୈଶାଖୀ ସମ୍ଭାବନା, ୭ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ

ଆହୁରି ୪ ଦିନ ତାତିରୁ ଆଶ୍ବସ୍ତି ଦେଇପାରେ କାଳବୈଶାଖୀ ବର୍ଷା । ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟରେ ଝଡ଼ବର୍ଷାର ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଜି ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ

ଅଦ୍ୟତନ ହୋଇଛି
Rainfall alert in odisha

weather

Advertisment

କାଳବୈଶାଖୀ ଆଣିଛି ତାତିରୁ ଆଶ୍ବସ୍ତି । ଆହୁରି ୪ ଦିନ ଯାଏଁ ଏଭଳି ରହିବ ପାଗ । ଆସନ୍ତା ୨-୩ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଝଡ଼ ବର୍ଷା ନେଇ ୭ ଜିଲ୍ଲା ଅନୁଗୋଳ, କେନ୍ଦୁଝର, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ। ୯ ତାରିଖରେ ବି ରହିବ କାଳବୈଶାଖୀ ପ୍ରଭାବ। ୧୦ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।କାଳବୈଶାଖୀ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ୮ରୁ ୯ ଡିଗ୍ରୀ ଯାଏ ଖସିଛି ତାତି। ଗତକାଲି ରାଜ୍ୟରେ ୨୦ ସହରରେ ପାରଦ ୩୫ ଡିଗ୍ରୀ ତଳେ ରହିଥିଲା ।

ଅଧିକ ପଢ଼ନ୍ତୁ: ବର୍ଷା ମାଡ଼ରେ ଆଣ୍ଠେଇଲା ତାତି; ୪୦ ଡିଗ୍ରୀ ତଳେ ରାଜ୍ୟର ସବୁ ସହର

ସୂଚନା ଅନୁଯାୟୀ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଦକ୍ଷିଣ ଝାଡଖଣ୍ଡରୁ ଉତ୍ତର ଓଡ଼ିଶା ଦେଇ ରାଜସ୍ଥାନ ଯାଏ ଏକ ଟ୍ରପଲାଇନ୍ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ପବନ। ଆସନ୍ତା ୫ ଦିନ ଯାଏ ଏଭଳି ପାଗ ରହିବ। ଆସନ୍ତା ୩-୪ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସାରା ରାଜ୍ୟକୁ ଆଲର୍ଟ ଜାରି ହୋଇଛି। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ। ଏଥିପାଇଁ ମତ୍ସଜୀବଙ୍କୁ ସମୁଦ୍ର ବାରଣ କରାଯାଇଛି।

Advertisment

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ । ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Odisha Weather Update Thunderstorm Warning
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ