Advertisment

Rain Forecast Odisha: ୪ ଦିନ କାଳବୈଶାଖୀ, ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା !

ପ୍ରବଳ ବର୍ଷା ପବନ ନେଇ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଆସନ୍ତା ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ।

author-image
Namita Biswal
ଅଦ୍ୟତନ ହୋଇଛି
Rain Forecast

Rain Forecast

ଆସନ୍ତା ୪ ଦିନ ରାଜ୍ୟରେ ତାଣ୍ଡବ ରଚିବ କାଳବୈଖାଶୀ । ଆଜି ସାରା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । କାଳବୈଶାଖୀ ନେଇ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗଂଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି । 

Advertisment

ସେହିପରି ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଏସବୁ ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ, ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ

Advertisment

ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାଫଳରେ ଅସହ୍ୟ ତାତିରୁ ସାମାନ୍ୟ ନିସ୍ତାର ମିଳିବ ।

  • ଆଜି ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • କୁଆପଥର ମାଡ଼ ସହ ପ୍ରବଳ ବର୍ଷା ସମ୍ଭାବନା
  • ୫୦ରୁ ୬୦ କିମି ବେଗରେ ବହିପାରେ ପବନ
  • ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀ ପ୍ରଭାବ 
Weather Update Heavy Rainfall Rainfall Alert
Advertisment
Advertisment