Odisha Rainfall Forecast: ଆସନ୍ତା ୭ ଯାଏ ବର୍ଷା ! ଆଜି ଏହି ୩ ଜିଲ୍ଲାରେ ପ୍ରବଳ ଛେଚିବ

ଆସନ୍ତା ୭ ତାରିଖ ଯାଏଁ ବର୍ଷା ପବନ ହେବାର ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । 

ବର୍ଷା ଆଲର୍ଟ

ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ଜାରି ରହିବ ବର୍ଷା । ଆସନ୍ତା ୭ ତାରିଖ ଯାଏଁ ବର୍ଷା ପବନ ହେବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା ନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଜି ପାଇଁ ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ କୁଆପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । 

ଅଧିକ ପଢ଼ନ୍ତୁ: କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ ସହ ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ବର୍ଷା ନେଇ ଆଲର୍ଟ କରାଯାଇଛି ।