/odishatv-khabar/media/post_attachments/uploadimage/library/16_9/16_9_0/IMAGE_1665027400.jpg)
Heavy Rainfall
ଆସୁଛି ବର୍ଷା । ଆସନ୍ତାକାଲି ଓ ୧୮ ତାରିଖ ଦୁଇ ଦିନ ପାଇଁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
ସେହିପରି ୧୮ ତାରିଖରେ କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏବେ ଅନ୍ୟ ଜିଲ୍ଲାମାନଙ୍କରେ ଶୁଖିଲା ପାଗ ରହିବ । ଏପଟେ କୁହୁଡ଼ି ନେଇ ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ଗଂଜାମ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି । ଏହି ସମୟରେ ୫୦ରୁ ୨୦୦ ମିଟର ରହିପାରେ ଭିଜିବିଲିଟି ।
ଅଧିକ ପଢ଼ନ୍ତୁ: ମାଡ଼ି ଆସୁଛି ଜାଡ଼ ବିପଦ, ରାଜଧାନୀରେ ମାଇନସ୍କୁ ଖସିଯିବ ପାରଦ
ଅନ୍ୟପଟେ ଘନ କୁହୁଡ଼ି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ଜିଲ୍ଲାରେ ଆଜି ରାତି ଓ କାଲି ସକାଳେ ଯାଏଁ ଘନ କୁହୁଡ଼ି ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳରେ ଘନ କୁହୁଡ଼ି ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)