/odishatv-khabar/media/post_attachments/uploadimage/library/16_9/16_9_0/IMAGE_1662863706.jpg)
Weather Forecast
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ ଲଘୁଚାପରେ ପରିଣତ ହୋଇସାରିଛି । ଏହା ଆଜି ଅବପାତ ଭାବେ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ସାରା ଓଡିଶାରେ ତୁହାକୁ ତୁହା ବର୍ଷା ହେଉଛି ।
ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି । ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଏବଂ ନୟାଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ନୂଆପଡା, ସୋନପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର, ମୟୁରଭଞ୍ଜ, ପୁରୀ, କେନ୍ଦୁଝର, ମାଲକାନଗିରି, ବରଗଡ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୋମବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଆସନ୍ତା ୧୭/୧୮ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମ୍ଡି ଡିଜି ସୂଚନା ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)