/odishatv-khabar/media/post_attachments/uploadimage/library/16_9/16_9_0/Heavy_Rain_1660129115.jpg)
Heavy Rain
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ପୁଣି ବର୍ଷା ସମ୍ଭାବନା । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା-ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଂଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି । ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କଟକରେ ବର୍ଷା ଆରମ୍ଭ ହୋଇସାରିଛି ।
ଆସନ୍ତାକାଲି ୧୯ ତାରିଖରେ ଏହି ଜିଲ୍ଲା ଗୁଡ଼ିକ ସହିତ ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ ତାରିଖ ଆଡ଼କୁ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇପାରେ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ । ତାର ପ୍ରଭାବରେ ୨୦ ଓ ୨୧ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ରେ ଗଭୀର ସମୁଦ୍ର, ୨୧ ଓ ୨୨ରେ ଓଡ଼ିଶା ଉପକୂଳ ଅଶାନ୍ତ ସମ୍ଭାବନା । ୨୦ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଥିବା ପାଣିପାଗ ବିଭାଗର ସୂଚନା ।
ବର୍ତ୍ତମାନ ର ପାଣିପାଗ!!! pic.twitter.com/bE2swb5fPL
— Meteorological Centre, Bhubaneswar (@mcbbsr) September 18, 2022
କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କଟକ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବର୍ଷାର ପ୍ରଭାବ pic.twitter.com/dO9TkTROhg
— Meteorological Centre, Bhubaneswar (@mcbbsr) September 18, 2022
ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ!!! pic.twitter.com/HU2K4LzHi6
— Meteorological Centre, Bhubaneswar (@mcbbsr) September 18, 2022
🌧️ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
🌧️ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦-୨୧ରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା
🌧️ଲଘୁଚାପ ପ୍ରଭାବରେ ୨୦ରେ ଗଭୀର ସମୁଦ୍ର ଏବଂ ୨୧-୨୨ ରେ ଓଡିଶା ଉପକୂଳ ଅଶାନ୍ତ ସମ୍ଭାବନା ପାଇଁ ମତ୍ସ୍ୟଜୀବୀଙ୍କୁ ୨୦ ରୁ ସମୁଦ୍ର ମନା
— Meteorological Centre, Bhubaneswar (@mcbbsr) September 18, 2022
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)