• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଜିଲ୍ଲାରେ ଆରମ୍ଭ ହୋଇଛି ବର୍ଷା । ଏବେ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆଜିଠୁ ଆରମ୍ଭ ହୋଇଥିବା ବର୍ଷା ୨୦ ତାରିଖ ବେଳକୁ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

୨୦ ଓ ୨୧ରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ଗଭୀର ସମୁଦ୍ରକୁ ଯିବାକୁ ମନା କରାଯାଇଛି । ଅପରପକ୍ଷେ ଆଜି ଭୁବନେଶ୍ୱର, କଟକ, ପୁରୀ ସମେତ ଉପକୂଳ ଜିଲ୍ଲାର ଅନେକ ସ୍ଥାନରେ ବର୍ଷା ହୋଇଛି । 

ଆସନ୍ତାକାଲି ଯାଏଁ ୧୫ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଜିଲ୍ଲା ସମେତ ୧୫ ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।