• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଲଘୁଚାପ ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା । ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ସଂସ୍ଥା । ଅରେଂଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ନୟାଗଡ଼, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ । 

ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲା ହେଉଛି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ । ଏସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।