/odishatv-khabar/media/post_attachments/uploadimage/library/16_9/16_9_0/IMAGE_1679377310.jpg)
Weather Update
ଆଜିଠୁ କମିବ ବର୍ଷା, ବଢିବ ଖରା । କାଁ ଭାଁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ, ପାଗ ମେଘୁଆ ରହିପାରେ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ପରେ ରାଜ୍ୟର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବଢିପାରେ । ତେବେ ରାଜଧାନୀ ଭୁବନେଶ୍ୱରରେ ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।
Advertisment
ଗତ ୬ ଦିନ ହେଲା ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଥିଲା । ପଶ୍ଚିମା ଝଡ଼ ପ୍ରଭାବରେ କୁଆପଥର ସହ ବର୍ଷା ହୋଇଛି । ରାଜଧାନୀରେ ବି କୁଆପଥର ପଡ଼ିଥିବା ଦେଖିବାକୁ ମିଳିଥିଲା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ ଘାଟିକିଆରେ କୁଆପଥର ବର୍ଷା ହୋଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)