Cyclone Alert
ଆଗକୁ ଆସୁଛି କି ବାତ୍ୟା ? ମୌସୁମୀ ବର୍ଷା ପରେ ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଆସିବାର ପୂର୍ବରୁ ବହୁ ନଜିର ଥିବାରୁ, ସେଦିଗରେ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏହି ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରି ସମ୍ଭାବ୍ୟ ବାତ୍ୟା ନିମନ୍ତେ ଆଗୁଆ ସତର୍କ ଓ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ବାତ୍ୟା ପରିଚାଳନା ପାଇଁ ବିଭିନ୍ନ ବିଭାଗର ସହଯୋଗ ଓ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଛନ୍ତି । ବୈଠକରେ ଉନ୍ନୟନ କମିଶନର, SRC, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ ସେବା ଡିଜିଙ୍କ ସହିତ ୧୨ଟି ବିଭାଗର ସଚିବ ଯୋଗ ଦେଇଥିଲେ। ପାଣିପାଗ ବିଭାଗର ଆକଳନ ଅନୁସାରେ ଚଳିତମାସ ୧୦ ତାରିଖ ସୁଦ୍ଧା ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି । ମୌସୁମୀ ପ୍ରତ୍ୟାବର୍ତ୍ତନର ୪୫ଦିନ ମଧ୍ୟରେ ବାତ୍ୟା ସମ୍ଭାବନା ରହିଥାଏ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696572947.jpg)