Advertisment

Weather Report: ଅଥୟ ହେବ ଜୀବନ ଯାତ୍ରା, ୨ରୁ ୩ ଡିଗ୍ରୀ ବଢ଼ିବ ତାତି !

୨୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Weather

Weather

ତାତି ବଢିବ! ଆଗାମୀ ଦୁଇ ଦିନ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢ଼ିବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ରାଜ୍ୟର କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୧୮ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡଘଡ଼ି ହୋଇପାରେ।

ଠିକ୍‌ ସେହିପରି ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୦ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ବିରୋଧରେ ଅଭିଯୋଗର ଫର୍ଦ୍ଦା ବହୁ ଲମ୍ବା, KISS ମାଧ୍ୟମରେ ନିଜ ସାମ୍ରାଜ୍ୟ ପ୍ରତିଷ୍ଠା କରିଛନ୍ତି ଅଚ୍ୟୁତ !

୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ଦୁଇ ଦିନ ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଯେଉଁଥିପାଇଁ ଜୀବନଯାତ୍ରା ପ୍ରଭାବିତ ହେବାର ସମ୍ଭାବନା ରହିଛି।

Odisha Heat Wave
Advertisment
Advertisment