• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ଣ ପ୍ରବାହ । ରାଜ୍ୟର ୩ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଡେଇଁଛି ୪୧.୪ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ବଲାଙ୍ଗିରରେ ମଧ୍ୟ ୪୧. ୩ ଡିଗ୍ରୀ ତାପମାତ୍ରା ରହିଛି ।

ସେହିପରି ସମ୍ବଲପୁର ଓ ବୌଦ୍ଧରେ ପାରଦ ୪୦ ଡିଗ୍ରୀ ରହିଥିବାର ରେକର୍ଡ କରାଯାଇଥିଲା । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କଟକରେ ୩୫ ଡିଗ୍ରୀ ରେକର୍ଡ କରାଯାଇଛି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକ ସ୍ଥାନରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି ।