Advertisment

ତାତିରୁ ମିଳିବ ତ୍ରାହି,୨ଦିନ ପରେ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ !

ରାଜ୍ୟରେ ଅନେକ ସ୍ଥାନରେ ଆଗାମୀ ୩ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ହେଲେ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରାରେ ୩ରୁ ୪ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବା ସମ୍ଭାବନା ରହିଛି ।

ଅଦ୍ୟତନ ହୋଇଛି
IMD Rainfall Prediction

weather

Advertisment

ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଲାଗି ରହିଛି । ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । ଗତକାଲି ୪୫ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ୨୯ଟି ସହରରେ ୪୦ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା ।

Advertisment

ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ଘଡଘଡି ସହ ପ୍ରବଳ ପବନ ବର୍ଷା ହୋଇଥିଲା l ଗଜପତି ଜିଲ୍ଲା ମୋହନାରେ ଗତକାଲି କାଳ ବୈଶାଖୀର ତାଣ୍ଡବ ଦେଖୁବାକୁ ମିଳିଥିଲା l ପ୍ରାୟ ଘଣ୍ଟାଏ କାଳ ପ୍ରବଳ ପବନ ସହ ବର୍ଷା ହୋଇଥିଲା l ପ୍ରବଳ ପବନ ଯୋଗୁଁ ମୋହନା ବଜାରର କିଛି ଉଠା ଦୋକାନୀ ନଷ୍ଟ ହୋଇଯାଇଛି । ବର୍ଷା ଯୋଗୁଁ ଲୋକେ ଗରମରୁ ସାମାନ୍ୟ ଆଶ୍ବସ୍ତି ଅନୁଭବ କରିଛନ୍ତି l

ଅଧିକ ପଢ଼ନ୍ତୁ: ୭ ବର୍ଷ ପରେ ଗ୍ରୀଷ୍ମ ପ୍ରବାହରେ ରେକର୍ଡ, ସର୍ବାଧିକ ୧୬ ଦିନ ଅନୁଭୂତ

Advertisment

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ । ତେବେ କାହିଁକି ବଢୁଛି ଗ୍ରୀଷ୍ମପ୍ରବାହ ଦିନ ?

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Advertisment
Odisha Heat Wave Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ