/odishatv-khabar/media/post_attachments/uploadimage/library/16_9/16_9_0/heavy_rain_1724811798.jpg)
heavy rain
ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି। ଏହା ବ୍ୟତୀତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
Advertisment
ସ୍ଥିତିକୁ ଦେଖି ମୟୂରଭଂଜ ଜିଲ୍ଲାରେ ଆଜି ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ଘରୋଇ ଏବଂ ସରକାରୀ ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ପ୍ରଶାସନ ଘୋଷଣା କରିଛି। ଏପଟେ କୋରାପୁଟ କୋଲାବ ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଆଜି ଜଳଭଣ୍ଡାରର ଗୋଟିଏ ଗେଟ୍ ଖୋଲାଯିବ। ଏ ନେଇ ଅପର କୋଲାବ ଜଳଭଣ୍ଡାର ଅଧୀକ୍ଷଣ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଗେଟ୍ ଖୋଲାଯିବାକୁ ଥିବାରୁ ଡ୍ୟାମ୍ ନିମ୍ନ ଭାଗରେ ଥିବା ଲୋକଙ୍କୁ ସତର୍କ କରାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)