/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685636447.jpg)
Odisha Weather update
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ଭିତରେ ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।
Advertisment
ଏଥିସହ ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତାକାଲି ଏବଂ ଜୁନ ୩ ତାରିଖରେ ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ତେବେ ୪ ଏବଂ ୫ ତାରିଖରେ କାଳବୈଶାଖୀ ପ୍ରଭାବ ପୁଣି ବଢ଼ିପାରେ । ଏବେ ଦିନର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ଏହାଠୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)