• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷା । ଦକ୍ଷିଣ ମୁହାଁ ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟର ଦୁଇଦିନ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରୁ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ୭ ତାରିଖରେ ବର୍ଷାର ପରିମାଣ ଆହୁରି ବଢିବ ବୋଲି କୁହାଯାଉଛି । ୪ଟି ଜିଲ୍ଲାରେ ଅତିପ୍ରବଳ ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛି ।