/odishatv-khabar/media/post_attachments/uploadimage/library/16_9/16_9_0/IMAGE_1663640151.jpg)
Heavy Rainfall
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଲାଗି ରହିଛି ଝିପି ଝିପି ବର୍ଷା । ଆଜି ସକାଳୁ ମଧ୍ୟ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ ରହିଛି ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି । ଏଣୁ ଏହାରି ପ୍ରଭାବରେ ହେବାକୁ ଥିବା ବର୍ଷା ପାଇଁ ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)