/odishatv-khabar/media/post_attachments/uploadimage/library/16_9/16_9_0/weather_1709780228.jpg)
weather
ରାଜ୍ୟରେ ୩୮ଡ଼ିଗ୍ରୀ ଟପିଲା ପାରଦ। ବୁଧବାର ଦିନ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡ଼ିଗ୍ରୀ ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗୀରରେ ୩୬.୯ ଡିଗ୍ରୀ, ଝାରସୁଗୁଡ଼ାରେ ୩୬.୮, ମାଲକାନଗିରିରେ ୩୬.୭ ଓ ଟିଟିଲାଗଡ଼ରେ ୩୬. ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
Advertisment
ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ପ୍ରଭାବରେ ଆଗାମୀ ୩ ରୁ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରାରେ ୨ ରୁ ୩ ଡ଼ିଗ୍ରୀ ଯାଏ ବୃଦ୍ଧିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)