Advertisment

ଆହୁରି ତିନି ଦିନ ପ୍ରବଳ ବର୍ଷିବ, ନିର୍ଧୁମ ଛେଚିବ..!

ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

ଅଦ୍ୟତନ ହୋଇଛି
Odisha Rain Alert

Heavy Rain

Advertisment

ଆସୁଛି ବଡ଼ ବର୍ଷା। ଲଘୁଚାପ ପ୍ରଭାବରେ ଆଜିଠୁ ନିର୍ଧୁମ ଛେଚିବ। ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ରେଡ୍‌ ୱାର୍ଣ୍ଣିଂ ! କୋରାପୁଟରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ..

Advertisment

ସେପଟେ ଏହି ବର୍ଷା ପାଇଁ କୋରାପୁଟରେ ସ୍କୁଲ ଛୁଟି । ଆଜି କୋରାପୁଟ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ଥିବାରୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅଗ୍ନିଶମ ଓ ଓଡ୍ରାଫ୍‌ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ବେଳେ ଘରୁ ନବାହାରିବାକୁ ପରାମର୍ଶ ଦେଲେ ଜିଲ୍ଲାପାଳ । ନିଜ ନିଜ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କହିଛନ୍ତି ।

ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।

Advertisment

ଲଘୁଚାପ ପ୍ରଭାବରେ ଆଗରୁ ରାଜ୍ୟରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି। 

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ