/odishatv-khabar/media/post_attachments/uploadimage/library/16_9/16_9_0/IMAGE_1699848133.jpg)
Low Pressure to form
ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା । ଏହି ଅଞ୍ଚଳରେ ବହୁତ ବାଦଲ ମଧ୍ୟ ଦେଖା ଯାଇଛି । ଏହାର ପ୍ରଭାବରେ ବଙ୍ଗୋପ ସାଗରରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଘୂର୍ଣ୍ଣିବଳୟ ଯୋଗୁଁ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ କ୍ରମେ ଘନୀଭୂତ ହେବା ସହ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ ।
ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ସର୍ବନିମ୍ନ ତାପମାତ୍ରା ଏବଂ ରାତିର ତାପମାତ୍ରାରେ ଏବେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନଥିବା ପାଣିପାଗ ବିଭାଗ ଆକଳନ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)