/odishatv-khabar/media/post_attachments/uploadimage/library/16_9/16_9_0/weather_1743566884.jpg)
weather
କମିଛି ତାତି, ଆଶ୍ୱସ୍ତି ଆଣିଛି କାଳବୈଶାଖୀ। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Advertisment
ଅଧିକ ପଢ଼ନ୍ତୁ: ତାତିରେ ଲାଗିବ ବ୍ରେକ୍, ୫ ଦିନ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୩୦ରୁ ୪୦, ଅନ୍ୟ କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ବୌଦ୍ଧ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟକୁ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ସତର୍କ କରିଛି ପାଣିପାଗ କେନ୍ଦ୍ର ।
Advertisment
ଅଧିକ ପଢ଼ନ୍ତୁ: କାଳବୈଶାଖୀ ତାଣ୍ଡବ, ସବୁ ହୋଇଗଲା ଛାରଖାର...
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)