/odishatv-khabar/media/post_attachments/uploadimage/library/16_9/16_9_0/IMAGE_1696309547.jpg)
Heavy Rainfall Alert
ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡଖଣ୍ଡ ଅଂଚଳରେ ରହିଛି । ଏହା ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୬ଟି ଜିଲ୍ଲାକୁ ଅରେଂଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
Advertisment
ଏହି ଜିଲ୍ଲା ଗୁଡିକ ହେଲା ବରଗଡ, ସୋନପୁର, ସମ୍ବଲପୁର, ଝାରସୁଗୁଡା, ଦେବଗଡ ଏବଂ ଅନୁଗୁଳ । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ଲଘୁଚାପ ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ଦୁଇ ଦିନ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)