• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ଓଡ଼ିଶାର ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାସହ ରାଜ୍ୟର ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ବନ୍ଦ କରାଯାଇଛି । ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ସକାଳୁ ବର୍ଷା ଜାରି ରହିଛି ।

ସେହିପରି ଗତକାଲିଠାରୁ ମଧ୍ୟ ପାଗରେ ପରିବର୍ତ୍ତନ ଆସିଛି । ଫଳରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଥିଲା । ଯାହାକୁ ଦୃଷ୍ଟିରେ ରଖି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ସେହି ଜିଲ୍ଲା ଗୁଡ଼ିକ ଥିଲା- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ସୂଚନା ଦିଆଯାଇଥିଲା ।