/odishatv-khabar/media/post_attachments/uploadimage/library/16_9/16_9_0/IMAGE_1740282215.jpg)
Rainfall Alert
ଆହୁରି ଦୁଇ ଦିନ ଯାଏଁ ବର୍ଷା । ଆଗାମୀ ୨ ଦିନ ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ କିଛି ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ । ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ ।
ଅଧିକ ପଢ଼ନ୍ତୁ: ମୋ ବସ୍ରେ ଲାଗିଲା ନିଆଁ,ଝରକା ବାଟେ ବାହାରିଲେ ଯାତ୍ରୀ
ଆଜି ୪ ଜିଲ୍ଲା ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଅନ୍ୟପଟେ ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ଏହି ୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସୋମବାର ଦିନ (ଆସନ୍ତାକାଲି) ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ରୁ ୧ ଯାଏ ପାଗ ଶୁଖିଲା ରହିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଅନ୍ୟପଟେ ଏହି ଅଦିନିଆ ବର୍ଷା ଚାଷୀକୁ କରିଛି ହତାଶ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ତୁହାକୁ ତୁହା ବର୍ଷା ହେବା ଯୋଗୁଁ ବ୍ୟାପକ ଫସଲ କ୍ଷୟକ୍ଷତି ହୋଇଛି । ଚାଷ ଜମିରେ ଜମି ରହିଛି ପାଣି । ଫଳରେ ଏକର ଏକର ଜମିରେ ପରିବା ଫସଲ ନଷ୍ଟ ହୋଇଛି । ବଜ୍ରପାତ ଓ କୁଆପଥର ବର୍ଷା ବିଲାତି, କୋବି, କଖାରୁ ଭଳି ବ୍ୟାପକ ପନିପରିବା ଫସଲ କ୍ଷୟକ୍ଷତି ଘଟାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)