• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆହୁରି ବଢ଼ିବ ତାତି । ଜଳିବ ଓଡ଼ିଶା । ରାଜ୍ୟରେ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ୩ ଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୫ରେ ସୋନପୁର, ବୌଦ୍ଧ ଓ ବଲାଙ୍ଗିରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇପାରେ ।

ସେହିପରି ଏପ୍ରିଲ ୨୬ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜରେ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି । ଆଗାମୀ ୨୭ ତାରିଖରେ ରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ମୟୂରଭଂଜ, କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହୋଇପାରେ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି କୁହାଯାଇଛି । ତେବେ ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

ଅନ୍ୟପକ୍ଷେ, ଗତକାଲି ତାତିରେ ରେକର୍ଡ ଭାଙ୍ଗିଲା ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରର ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଥିଲା ୪୨.୧ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ଥିବାବେଳେ ଦ୍ୱିତୀୟ ଉତ୍ତପ୍ତ ସହର ଥିଲା ରାଜଧାନୀ । ଆସନ୍ତା ୫ ଦିନରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।