HeatWave
ରାଜ୍ୟରେ ଆଗାମୀ ଦୁଇ ଦିନ କଲବଲ କରିବ ତାତି । ପାଣିପାଗ ବିଭାଗର ସୂଚନା ଅନୁସାରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା ରହିଛି। ପ୍ରବଳ ଗରମ ସାଙ୍ଗକୁ ଅସମ୍ଭାଳ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ। ଗତକାଲି ରାଜ୍ୟର ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ବୌଦ୍ଧରେ ସର୍ବାଧିକ ୪୫.୯ ଡିଗ୍ରୀ ସେଲସିୟସ, ସୋନପୁରରେ ୪୫.୩ ଡିଗ୍ରୀ ଏବଂ ଟିଟଲାଗଡରେ ତାପମାତ୍ରା ରହିଥିଲା ୪୫ ଡିଗ୍ରୀ। ସେହିପରି ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା।
ପଶ୍ଚିମରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେଉଥିବା ବେଳେ ଉପକୂଳରେ ତାତିକୁ ବଳିଯାଇଛି ଗୁଳୁଗୁଳି କଷ୍ଟ। ପାରାଦୀପ ଓ ଗୋପାଳପୁରରେ ଆର୍ଦ୍ରତା ୭୯ ପ୍ରତିଶତ ଛୁଇଁଥିଲା। ..ସେପଟେ ରାଜସ୍ଥାନର ଚୁରୁରେ ଗତକାଲି ୫୦ ଡିଗ୍ରୀ ଡେଇଁଥିଲା ପାରଦ। ସେଠାରେ ତାପମାତ୍ରା ୫୦.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା । ...
ଅଧିକ ପଢ଼ନ୍ତୁ: ଚାଷୀଙ୍କ ପାଇଁ ଖୁସି ଖବର; ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ
ସୂଚନା ଅନୁସାରେ ଗତକାଲି ୮ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ୪୨.୪ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ସମ୍ୱଲପୁର-୪୦.୭, ନୂଆପଡା-୪୦.୪, ବଲାଙ୍ଗୀର-୪୦.୩, ସୋନପୁର, ଭବାନୀପାଟଣା, ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଖୋର୍ଦ୍ଧାରେ ୩୬ଡିଗ୍ରୀ ଓ କଟକରେ ତାପମାତ୍ରା ୩୫.୮ଡିଗ୍ରୀ ରେକର୍ଡ କରାଯାଇଥିଲା।
ସେପଟେ ଚାଷୀଙ୍କ ପାଇଁ ଖୁସି ଖବର ରହିଛି । ଆସନ୍ତା ୪ ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚମ ମୌସୁମୀ ବାୟୁ। ଏନେଇ ସ୍ଥିତି ଅନୁକୂଳ ରହିଛି। ପାଣିପାଗ ବିଭାଗ ଆକଳନ କରିଛି, ଏଥର ଦେଶରେ ମୌସୁମୀ ବର୍ଷା ସ୍ବାଭାବିକଠାରୁ ଅଧିକ ରହିବ। ମୌସୁମୀ ପ୍ରଭାବରେ ଦେଶରେ ଲଙ୍କ ପିରିୟଡ ଆଭରେଜରେ ୧୦୬ ପ୍ରତିଶତ ବର୍ଷା ହେବ ବୋଲି କହିଥିଲା ଆଇଏମଡି। କିନ୍ତୁ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକଠାରୁ କମ୍ ରହିପାରେ ବୋଲି ପୂର୍ବାନୁମାନ କରିଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/HeatWave_1716952076.jpg)