Advertisment

କାଲି ଲଘୁଚାପ, ୨୪ରେ ଅବପାତ ! ୨୫ ଯାଏ ଭୀଷଣ ବର୍ଷା ସମ୍ଭାବନା..

ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ।

author-image
Manoranjan Behera
ଅଦ୍ୟତନ ହୋଇଛି
Low Pressure Area Over Bay Of Bengal Around May 22

Rain

ବଙ୍ଗୋପସାଗରରେ ଆସୁଛି ଲଘୁଚାପ। ଆସନ୍ତାକାଲି ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଉତ୍ତରପୂର୍ବ ଦିଗକୁ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ୨୪ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ କ୍ରମଶଃ ଗଭୀର ଅବପାତ ବା ବାତ୍ୟାରେ ପରିଣତ ହୋଇପାରେ।

Advertisment

ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ। ଏପଟେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ: ଆଣ୍ତାମାନ ଛୁଇଁଲା ମୌସୁମୀ; ୨୨ ସୁଦ୍ଧା ଲଘୁଚାପ !

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି।

Advertisment
Weather Update Rainfall Alert
Advertisment
Advertisment