ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା
ପାଇଁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
Also Read
ଏପଟେ ହୀରାକୁଦ ଡ୍ୟାମରୁ ପାଣି ଛାଡ଼ିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳିରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ ଲକ୍ଷ ୭୦ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ମୁଣ୍ଡଳିରେ ପହଞ୍ଚିଛି। ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢିଛି।
ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ; ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...
ଗତକାଲି ରାତିରୁ ମୁଣ୍ଡଳିରେ ବନ୍ୟାଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ନଦୀ କୂଳିଆ ଲୋକଙ୍କ ଚିନ୍ତି ବଢ଼ିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।ମହାନଦୀ ଭିତରକୁ ଲୋକ ପ୍ରବେଶ ନକରିବା ସହ ଗୋରୁଗାଈ ଆଦି ଗୃହପାଳିତ ପଶୁଙ୍କୁ ଛାଡ଼ିବା ଉପରେ ବାରଣ କରାଯାଇଛି।
ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା, ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର ।
ଅଧିକ ପଢନ୍ତୁ : ଫୁଲୁଛି ମହାନଦୀ; ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ !
#ଆଜି_୫_ଜିଲ୍ଲାରେ_ପ୍ରବଳ_ବର୍ଷା !
— ଓଟିଭି (@otvkhabar) July 30, 2024
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। #Weather #HeavyRain #Odisha #OTV pic.twitter.com/mAAZiX37bG