• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ପଶ୍ଚିମ ଆକାଶରୁ ଅଗ୍ନିବର୍ଷା । ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା । ଆହୁରି ତିନି ଦିନ ତାତିରୁ ତ୍ରାହି ନାହିଁ । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଓଡ଼ିଶାକୁ ଫେରିଛି ପ୍ରଚଣ୍ଡ ଗ୍ରୀଷ୍ମଲହରି । ଗତ ୨୪ଘଣ୍ଟାରେ ରାଜ୍ୟର ୩ ସହରରେ ପାରଦ ୪୫ ଡିଗ୍ରୀ ପାର କରିଥିଲା । ୪୫.୯ ଡିଗ୍ରୀ ସେଲସିୟସ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ । ସେହିପରି ସୋନପୁରରେ ୪୫.୩ ଓ ଟିଟିଲାଗଡରେ ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ୍ ରହିଥିଲା । ୧୦ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା।

ଅଧିକ ପଢ଼ନ୍ତୁ: କଲବଲ କରିବ ତାତି, ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା

ପଶ୍ଚିମରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେଉଥିବା ବେଳେ ଉପକୂଳରେ ତାତିକୁ ବଳିଯାଇଛି ଗୁଳୁଗୁଳି କଷ୍ଟ । ପାରାଦୀପ ଓ ଗୋପାଳପୁରରେ ଆର୍ଦ୍ରତା ୭୯ ପ୍ରତିଶତ ଛୁଇଁଥିଲା । ସେପଟେ ରାଜସ୍ଥାନର ଚୁରୁରେ ୫୦ ଡିଗ୍ରୀ ଡେଇଁଛି ପାରଦ । ସେଠାରେ ତାପମାତ୍ରା ୫୦.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା ।

ସୂଚନା ଅନୁସାରେ ଗତକାଲି ୮ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା । ୪୨.୪ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ସମ୍ୱଲପୁର-୪୦.୭, ନୂଆପଡା-୪୦.୪, ବଲାଙ୍ଗୀର-୪୦.୩, ସୋନପୁର, ଭବାନୀପାଟଣା, ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ କରାଯାଇଥିଲା । ସେହିପରି ଖୋର୍ଦ୍ଧାରେ ୩୬ଡିଗ୍ରୀ ଓ କଟକରେ ତାପମାତ୍ରା ୩୫.୮ଡିଗ୍ରୀ ରେକର୍ଡ କରାଯାଇଥିଲା ।

ଅଧିକ ପଢ଼ନ୍ତୁ: ଚାଷୀଙ୍କ ପାଇଁ ଖୁସି ଖବର; ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ସେପଟେ ଚାଷୀଙ୍କ ପାଇଁ ଖୁସି ଖବର ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ସ୍ଥିତି ଅନୁକୂଳ ରହିଛି । ପାଣିପାଗ ବିଭାଗ ଆକଳନ କରିଛି, ଏଥର ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ଅଧିକ ରହିବ । ମୌସୁମୀ ପ୍ରଭାବରେ ଦେଶରେ ଲଙ୍କ ପିରିୟଡ ଆଭରେଜରେ ୧୦୬ ପ୍ରତିଶତ ବର୍ଷା ହେବ ବୋଲି କହିଥିଲା ଆଇଏମଡି । କିନ୍ତୁ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକଠାରୁ କମ୍ ରହିପାରେ ବୋଲି ପୂର୍ବାନୁମାନ କରିଥିଲା ।

OTV is now on Whatsapp

Join and get latest news update delivered to you via whatsapp

Join Now