• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ସାରା ରାଜ୍ୟରେ ଜାରି ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିଛି ବର୍ଷା । ଆଗାମୀ ୩ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତାକାଲି ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଂଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର,ବରଗଡ଼,ମାଲକାନଗିରି କୋରାପୁଟ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ଦୁଃଖ ଦେଉଛି ବ୍ରହ୍ମପୁତ୍ର; ଉବୁଟୁବୁ ହେଉଛି ଆସାମ, ରାହା ଖୋଜୁଛି ଜୀବନ

ସେହିପରି ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

OTV is now on Whatsapp

Join and get latest news update delivered to you via whatsapp

Join Now