Advertisment

ସୁନ୍ଦରଗଡ଼, କେନ୍ଦୁଝରରେ ପ୍ରବଳ ବର୍ଷିବ, ହୋଇପାରେ ଭୂସ୍ଖଳନ ! ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।

ଅଦ୍ୟତନ ହୋଇଛି
undefined

Heavy rainfall

Advertisment

ମୟୁରଭଞ୍ଜ, ବାଲେଶ୍ବର ପରେ ଏବେ ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷିବ। ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ଏହି ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ୨ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସତର୍କ କରି ଦିଆଯାଇଛି। 

Advertisment

ସେହିପରି ରାସ୍ତାରେ ଯାତାୟାତ ସମସ୍ୟା ହୋଇପାରେ ଏବଂ କଚା ଘର ଭାଙ୍ଗିପାରେ ଏହି ବର୍ଷାରେ। ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ ବର୍ଷାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ: ଉପରମୁଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ବୈତରଣୀ; ବଢ଼ୁଛି ନଦୀକୂଳ ଲୋକଙ୍କ ଚିନ୍ତା

Advertisment

ଏପଟେ ଫୁଲୁଛୁ ନଦୀ, ପଶୁଛି ପାଣି । ପ୍ରବଳ ବର୍ଷା ଯୋଗୁଁ ଭାଙ୍ଗିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍। ଫଳରେ ବାଲିଆପାଳ-ଜାମକୁଣ୍ଡା ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। 

ସେପଟେ ବଢୁଛି ସୁବର୍ଣ୍ଣରେଖା ନଦୀ ର ଜଳସ୍ତର । ଜଳେଶ୍ବର ବ୍ଲକ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବା ବେଳେ ଏହାର ପାଖାପାଖି ପାଣି ପ୍ରବାହିତ ହୋଇଛି। ଏଭଳି ଯଦି ପାଣି ବୃଦ୍ଧି ପାଏ ତାହେଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିପାରେ। ବାଲିଆପାଳ , ଜଳେଶ୍ବର ଏବଂ ଭୋଗରାଇ ବ୍ଲକର ଅନେକ ପଞ୍ଚାୟତ ଜଳମଗ୍ନ ହେବା ସହ ଚାଷ ଜମି କ୍ଷତିଗ୍ରସ୍ତ ହେବାର ଆଶଙ୍କା କରା ଯାଉଛି। ଲଗାଣ ବର୍ଷା ଯୋଗୁ ବାଲିଆପାଳ ବ୍ଲକର ଏକାଧିକ ଅଞ୍ଚଳରେ ପାଣି ପଶିଛି। ସେହିପରି ବସ୍ତା ମଥାନୀ ଠାରେ ବିପଦ ସଙ୍କେତ ଉପରେ ଜଳକା ପ୍ରବାହିତ ହେଉଛି।

Advertisment

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ