• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ଅଗ୍ନି ବର୍ଷା ହେଉଛି । ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଡିଗ୍ରୀ ତାତିରେ ସିଝିଲା ସମ୍ବଲପୁର । ସେଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିପରି ଝାରସୁଗୁଡ଼ାରେ ୪୪.୬, ହୀରାକୁଦରେ ପାରଦ ରହିଛି ୪୪.୫ ଡିଗ୍ରୀ ସେଲସିୟସ୍ ।

ରାଉରକେଲାରେ ୩୯.୪, ଗୋପାଳପୁରରେ ୩୪.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରୁ ତ୍ରାହି ତ୍ରାହି ଡାକୁଛନ୍ତି ଲୋକ । ଆହୁରି ତିନି ଦିନ ନିସ୍ତାର ନାହିଁ । ଆଗାମୀ ତିନି ଦିନ ପାଇଁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୭ ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ସିଭିୟର ହିଟୱେଭ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଅଧିକ ପଢ଼ନ୍ତୁ: ବଢ଼ୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା, ୧୮ ଜଣଙ୍କ ଜୀବନ ନେଲାଣି ଖରା !

ସେହିପରି ୧୬ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା । ଆସନ୍ତାକାଲି ପାଇଁ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୩ ତାରିଖ ଯାଏ ଜାରି ରହିବ ଗ୍ରୀଷ୍ମ ଲହରି । ଏଥିପାଇଁ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ପିକ୍ ଆୱାରରେ ବାହାରକୁ ନବାହାରିବାକୁ କୁହାଯାଇଛି ।

ସେପଟେ ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି । ସେହିପରି ସୁନ୍ଦରଗଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି ।

ରାଉରକେଲା ମେଡିକାଲର ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ ହେବ । ଏହାପରେ ଅସଲ କାରଣ ଜଣାପଡ଼ିବ । କିନ୍ତୁ ସନ୍ଦେହ କରାଯାଉଛି କି ଅଂଶୁଘାତରୁ ମୃତ୍ୟୁ ହୋଇଥାଇପାରେ । ତେଣୁ ଅଂଶୁଘାତକୁ ନେଇ ସତର୍କତା ଅବଲମ୍ବନ କରାଯାଇଛି । ସେହିଭଳି ଝାରସୁଗୁଡ଼ାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି।ରାଉରକେଲା, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି ।

ଅଧିକ ପଢ଼ନ୍ତୁ: ଦିଲ୍ଲୀରେ ୫୨ଂ ଟପିଛି, ନାଗପୁରରେ ଏବେ ୫୬ଂ, ତାତିରେ ମଲେଣି ୫୪..!

ସେପଟେ ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁକୁ ନେଇ ଆରମ୍ଭ ହୋଇଛି ତଦନ୍ତ । ଜିଲ୍ଲା ପ୍ରଶାସନ, ରାଜ୍ୟ ଜନସ୍ୱାସ୍ଥ୍ୟ ବିଭାଗ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତଦନ୍ତ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ।ପିକ୍ ଆୱାରରେ କାମ କରିବା ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି ।

ଶବ ବ୍ୟବଚ୍ଛେଦ ଓ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେଣୁ ପିକ୍ ଆୱାର୍ ଅର୍ଥାତ ଦିନ ୧୧ରୁ ୩ଟା ଭିତରେ ଖରାକୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି SRC । ଏପରିକି ଯିଏ ନିର୍ଦ୍ଦେଶ ଉଲ୍ଲଂଘନ କରିବେ, ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now